ଓଲଟି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 10, 2020

ଓଲଟି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍

ସୋନପୁର (ରବୀନ୍ଦ୍ର ହୋତା): ସୋନପୁର-ସମ୍ୱଲପୁର ରାସ୍ତାର ସିଣ୍ଡୋଲ ସାଲେସିଂ ନିକଟରେ ଆଜି ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଦୁର୍ଘଟଣାରେ ଗାଡ଼ିର ଡ୍ରାଇଭର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ଉଲୁଣ୍ଡା ସ୍ୱସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ସିମେଣ୍ଟ ବୋଝେଇ ଟ୍ରକ୍‌ଟି ସମ୍ୱଲପୁରରୁ ବୀରମହାରାଜପୁର ଅଭିମୁଖେ ଯାଉଥିଲା। ଏହି ସମୟରେ ସିଣ୍ଡୋଲ ସାଲେସିଂ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଆହତ ଡ୍ରାଇଭରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା।

ଦୁର୍ଘଟଣାଗ୍ରସ୍ତ ସିମେଣ୍ଟ ବୋଝେଇ ଟ୍ରକ୍‌ରେ ୫୦୦ ବସ୍ତା ସିମେଣ୍ଟ ଥିବା ଜଣାପଡ଼ିଛି। ପୁଲିସ୍ ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

The post ଓଲଟି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍ appeared first on Odisha Reporter.



from Odisha Reporter https://ift.tt/3fIAv17

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages