ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; କାଲିଠୁ ଏହିସବୁ ଜିଲ୍ଲାରେ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 16, 2020

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; କାଲିଠୁ ଏହିସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଜାରି ରହିବ ଲଘୁଚାପ ଜନିତ ବର୍ଷା। ପୂର୍ବ ଲଘୁଚାପ ଦୁର୍ବଳ ହେଇଯାଇଥିଲେ ବି ବଙ୍ଗୋପସାଗରରେ ୧୯ ତାରିଖରୁ ଆଉ ଏକ ଲଘୁଚାପ ଦାନା ବାନ୍ଧୁଥିବାରୁ ଆସନ୍ତାକାଲିରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ମଦନମୋହନ ଦାଶ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଦାନା ବାନ୍ଧୁଥିବା ଲଘୁଚାପ ପ୍ରଭାବରେ ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ସେହିପରି ବୁଧବାର ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହି ଜିଲ୍ଲା ଗୁଡ଼ିକ ହେଉଛି- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସମ୍ବଲପୁର, ଦେବଗଡ଼ ଓ ଅନୁଗୋଳ।

 

The post ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; କାଲିଠୁ ଏହିସବୁ ଜିଲ୍ଲାରେ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3g0QRlF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages