ଆଜି ଏହିସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 28, 2020

ଆଜି ଏହିସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାମାନଙ୍କରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତା’ସହିତ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ମଦନମୋହନ ଦାସ କହିଛନ୍ତି।

ସେ କହିଛନ୍ତି, “ ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱର ଓ କଳାହାଣ୍ଡି।

ହେଲେ ସେପ୍ଟେମ୍ୱର ୧ ତାରିଖ ଆଡ଼କୁ ୮ଟି ଜିଲ୍ଲାରେ ଅଧିକ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଜଗତସିଂହପୁର,ସୁନ୍ଦରଗଡ଼ ଓ ଗଜପତି।”

The post ଆଜି ଏହିସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ appeared first on Odisha Reporter.



from Odisha Reporter https://ift.tt/3gLyB0k

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages