ଆଜି ଓ କାଲି ପ୍ରବଳ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 18, 2020

ଆଜି ଓ କାଲି ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓ ଆସନ୍ତାକାଲି ୨ ଦିନ ପ୍ରବଳ ବର୍ଷିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଆଉ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା  ଜିଲ୍ଲାରେ ପ୍ରବଳ ବର୍ଷା  ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଜୁନ୍ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୭୨୭. ୩ ମିଲିମିଟର ବର୍ଷା ହୋଇଛି । ଏହା ସ୍ୱାଭାବିକ ବର୍ଷାଠାରୁ ୭ ପ୍ରତିଶତ କମ୍ । କେବଳ ମାଲକାନଗିରିରେ ଅଧିକ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ପାଣିପାଗ ବିଭାଗ କହିଛି।

The post ଆଜି ଓ କାଲି ପ୍ରବଳ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3aB6nDK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages