୩୨ ଲକ୍ଷ ଡେଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଦିନକରେ ୧୦୫୯ ମୃତ, ୬୩ ହଜାର ସୁସ୍ଥ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 26, 2020

୩୨ ଲକ୍ଷ ଡେଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଦିନକରେ ୧୦୫୯ ମୃତ, ୬୩ ହଜାର ସୁସ୍ଥ

ନୂଆଦିଲ୍ଲୀ: ଦେଶର କରୋନା ସଂକ୍ରମଣ ଗ୍ରାଫ ଦିନକୁ ଦିନ ଉପର ମୁହାଁ ହେବାରେ ଲାଗିଛି। ସ୍ଥିତି ଏପରି ହୋଇଛି ଯେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୨ ଲକ୍ଷ ପାର କରିଯାଇଛି। ସେହିପରି ଦିନକରେ ଏକ ହଜାରରୁ ଅଧିକ ସଂଖ୍ୟକ ଲୋକ ପ୍ରାଣ ହରାଇବା ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି। ତେବେ ଦିନକରେ ପୁଣିଥରେ ୬୩ ହଜାରରୁ ଅଧିକ ଲୋକ ସୁସ୍ଥ ହେବା ସମସ୍ତଙ୍କୁ ଆଶ୍ୱସ୍ତ କରିଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ ୬୭,୧୫୧ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ଫଳରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୨,୩୪,୪୭୫ରେ ପହଞ୍ଚି ଯାଇଛି। ସେହିପରି ଦିନକରେ ମହାମାରୀ କରୋନା ଭାରତରେ ୧୦୫୯ ଜଣଙ୍କ ମୁଣ୍ଡ ନେଇଛି। ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୯,୪୪୯ ଛୁଇଁଛି।

ତେବେ ୨୪ ଘଣ୍ଟାରେ ୬୩,୧୭୩ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ଦେଶରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨୪,୬୭,୭୫୮ ହୋଇଛି। ଏହାର ଅର୍ଥ ଦେଶରେ ଆକ୍ଟିଭ କେସ ସଂଖ୍ୟା ୭,୦୭,୨୬୭ ରହିଛି। ଗତକାଲି ତୁଳନାରେ ଆକ୍ଟିଭ କେସ ସଂଖ୍ୟା ୨୯୧୯ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ ମଙ୍ଗଳବାର ଦେଶରେ ମୋଟ ୮,୨୩,୯୯୨ଟି ନମୁନା ପରୀକ୍ଷା କରାଯାଇଛି। ଏଯାଏ ଦେଶରେ ମୋଟ ୩ କୋଟି ୭୬ ଲକ୍ଷରୁ ଅଧିକ ନମୁନା ପରୀକ୍ଷା କରାଯାଇ ସାରିଥିବା ଆଇସିଏମଆର ପକ୍ଷରୁ କୁହାଯାଇଛି।

The post ୩୨ ଲକ୍ଷ ଡେଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଦିନକରେ ୧୦୫୯ ମୃତ, ୬୩ ହଜାର ସୁସ୍ଥ appeared first on Odisha Reporter.



from Odisha Reporter https://ift.tt/2Yyp9XE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages