ମହାନଦୀ ଅବବାହିକାରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 27, 2020

ମହାନଦୀ ଅବବାହିକାରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା

ସମ୍ବଲପୁର(ସଞ୍ଜୟ ଜେନା ): ମହାନଦୀ ଅବବାହିକାରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ଏ ସମ୍ପର୍କରେ ସୂଚନା ଦେଇଛନ୍ତି SRC ପ୍ରଦୀପ ଜେନା।

ମହାନଦୀର ମୁଣ୍ଡଳିଠାରେ ଏବେ ସାଢ଼େ ୭ ଲକ୍ଷ କ୍ୟୁସେକ୍‌ ପାଣି ପ୍ରବାହିତ ହେଉଛି। ହୀରାକୁଦରେ ସାଢ଼େ ୫ ଲକ୍ଷ କ୍ୟୁସେକ୍‌ ପାଣି ପ୍ରବେଶ କରୁଥିବା ବେଳେ ୩ ଲକ୍ଷ କ୍ୟୁସେକ୍‌ ପାଣି ନିଷ୍କାସିତ ହେଉଛି। ଇବ୍ ଏବଂ ଭେଡେନ୍ ନଦୀରୁ ବହୁ ପରିମାଣର ଜଳ ହୀରାକୁଦକୁ ପଶୁଛି। ଏବେ ହୀରାକୁଦର୍ ୨୦ଟି ଗେଟ୍ ଜରିଆରେ ବନ୍ୟା ଜଳ ନିଷ୍କାସନ ହେଉଛି । ଏ ପାଣି ମୁଣ୍ଡଳିରେ ପହଞ୍ଚିଲା ବେଳକୁ ୮ ଲକ୍ଷ କ୍ୟୁସେକ୍‌ ଜଳ ପ୍ରବାହିତ ହେବ । ତେଣୁ ଏହାଫଳରେ ମହାନଦୀ ତଳ ମୁଣ୍ଡରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଥିବା ଏସଆରସି କହିଛନ୍ତି ।

ଏହାଫଳରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, କଟକ ଜିଲ୍ଲା ପ୍ରଭାବିତ ଆଶଙ୍କା ଥିବାରୁ ଏସବୁ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ କୁହାଯାଇଛି । ସେହିଭଳି ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନକୁ ମଧ୍ୟ ଆଲର୍ଟ କରାଯାଇଥିବା ଏସଆରସି ସୂଚନା ଦେଇଛନ୍ତି।

The post ମହାନଦୀ ଅବବାହିକାରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା appeared first on Odisha Reporter.



from Odisha Reporter https://ift.tt/3b7p56u

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages