‘ନିଟ୍ ଓ ଜେଇଇ ପରୀକ୍ଷା ସ୍ଥଗିତ ରଖ’, ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ନବୀନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 26, 2020

‘ନିଟ୍ ଓ ଜେଇଇ ପରୀକ୍ଷା ସ୍ଥଗିତ ରଖ’, ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆସନ୍ତା ମାସରେ ନିଟ୍ ଓ ଜେଇଇ ପରୀକ୍ଷା ହେବାକୁ ଥିବା ବେଳେ ଆଉ ମାତ୍ର କିଛି ହାତ ଗଣତି ଦିନ ବାକି ରହିଛି। କରୋନା ପରି ସ୍ଥିତିରେ ଛାତ୍ରଛାତ୍ରୀ କିପରି ପରୀକ୍ଷା ଦେବେ ତାକୁ ନେଇ ଶଙ୍କା ମଧ୍ୟରେ ଦିନ କାଟୁଛନ୍ତି। କରୋନା ଓ ରାଜ୍ୟରେ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷା ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ । ଏନେଇ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନ୍‌ରେ ଆଲୋଚନା କରିଥିବା ଜଣାଯାଇଛି। ୨ ଦିନ ପୂର୍ବରୁ ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ବି ଚିଠି ଲେଖିଥିଲେ ନବୀନ।

ସୂଚନାଯୋଗ୍ୟ, କରୋନା ସଂକ୍ରମଣ ଭିତରେ କେନ୍ଦ୍ର ସରକାର ଆସନ୍ତା ମାସରେ ଜେଇଇ ଓ ନିଟ୍‌ ପରୀକ୍ଷା କରିବାକୁ ନିଷ୍ପତ୍ତି  ନେଇଥିବା ବେଳେ ଏହାକୁ ବିଭିନ୍ନ ମହଲରେ ବିରୋଧ କରାଯାଉଛି। ଏଭଳି ପରୀକ୍ଷା ଦ୍ୱାରା ଶିକ୍ଷାର୍ଥୀଙ୍କ ଜୀବନ ପ୍ରତି ସଂକ୍ରମଣର ବିପଦ ରହିଛି ବୋଲି ଅନେକ ଲୋକ  ଆଶଙ୍କା ପ୍ରକଟ କରିଛନ୍ତି। ଏସବୁ ଭିତରେ ୭ଟି ରାଜ୍ୟର ଅଣ ବିଜେପି ମୁଖ୍ୟମନ୍ତ୍ରୀମାନେ କେନ୍ଦ୍ରର ପରୀକ୍ଷା ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟ ଯିବେ ବୋଲି ଘୋଷଣା କରିଛନ୍ତି।

କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧିଙ୍କ ଅଧ୍ୟକ୍ଷତାରେ ଗତକାଲି ଅଣ ବିଜେପି ମୁଖ୍ୟମନ୍ତ୍ରୀମାନଙ୍କୁ ନେଇ ଭର୍ଚ୍ୟୁଆଲ ବୈଠକ ବସିଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ, ୭ଟି ରାଜ୍ୟର ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାର ବିରୋଧରେ ସୁପ୍ରିମକୋର୍ଟ ଯିବେ। ଏହି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସମେତ କଂଗ୍ରେସ କ୍ଷମତାସୀନ ପଞ୍ଜାବ, ରାଜସ୍ଥାନ, ଛତିଶଗଡ଼ ଓ ପୁଡୁଚେରୀ ମୁଖ୍ୟମନ୍ତ୍ରୀମାନେ ବି ସାମିଲ ଥିଲେ।

ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହିଁ ପ୍ରଥମେ ଜେଇଇ ଓ ନିଟ୍‌ ବିରୋଧରେ ସମସ୍ତେ ଏକାଠି ସୁପ୍ରିମକୋର୍ଟ ଯିବାକୁ ପ୍ରସ୍ତାବ ରଖିଥିଲେ। ସେ କହିଥିଲେ, ଛାତ୍ରଛାତ୍ରୀମାନେ କଠିନ ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି। ଯଦି କେନ୍ଦ୍ର ସରକାର ଜେଇଇ ଓ ନିଟ୍‌ ପରୀକ୍ଷା ବିରୋଧରେ ସୁପ୍ରିମକୋର୍ଟ ଯାଉନାହାନ୍ତି, ତା’ହେଲେ ରାଜ୍ୟ ସରକାରମାନେ ଏହା ବିରୋଧରେ ଆବେଦନ କରିବା ଉଚିତ।

ବର୍ତ୍ତମାନ ଟ୍ରେନ ଚଳାଚଳ କରୁନି। ବିମାନ ସେବା ମଧ୍ୟ ଅଧିକ ତ୍ୱରିନ୍ୱିତ ହୋଇନାହିଁ। ଏଭଳି ସ୍ଥିତିରେ କେମିତି ଛାତ୍ରଛାତ୍ରୀମାନେ ପରୀକ୍ଷାରେ ବସିବେ ବୋଲି ସେ ପ୍ରଶ୍ନ କରିଥିଲେ। ଏହାପରେ ୭ ରାଜ୍ୟର ଅଣ ବିଜେପି ମୁଖ୍ୟମନ୍ତ୍ରୀମାନେ ସୁପ୍ରିମକୋର୍ଟ ଯିବାକୁ ନିଷ୍ପତ୍ତି ନେଇଥିବା ଜଣାଯାଇଛି।

The post ‘ନିଟ୍ ଓ ଜେଇଇ ପରୀକ୍ଷା ସ୍ଥଗିତ ରଖ’, ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କଲେ ନବୀନ appeared first on Odisha Reporter.



from Odisha Reporter https://ift.tt/3hxeOTv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages