ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ପ୍ରଭାବରେ ଅଧତ୍କାଂଶ ଜିଲ୍ଲାରେ ଲାଗି ରହିଛି ବର୍ଷା। ତେବେ ସକାଳ ସାଢ଼େ ୧୦ଟା ସୁଦ୍ଧା ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଏହି ଜିଲ୍ଲା ଗୁଡ଼ିକ ହେଉଛି- ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ ଓ ସୁବର୍ଣ୍ଣପୁର।
ଅନ୍ୟପକ୍ଷରେ ଆଜି ପାଇଁ ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ସମ୍ବଲପୁର, ସୁବର୍ଣ୍ଣପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗିର,କଳାହାଣ୍ଡି, ସୁନ୍ଦରଗଡ଼ ଓ ଦେବଗଡ଼। ଏହି ଜିଲ୍ଲା ଗୁଡ଼ିକରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
The post ସକାଳ ସାଢ଼େ ୧୦ଟା ସୁଦ୍ଧା ୧୧ଟି ଜିଲ୍ଲାକୁ ସତର୍କ ସୂଚନା appeared first on Odisha Reporter.
from Odisha Reporter https://ift.tt/3gugDPF
No comments:
Post a Comment