ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟ୍ କରି ସମସ୍ତଙ୍କୁ ନୂଆଁଖାଇ ଜୁହାର ବୋଲି କହିଛନ୍ତି। ସେ ଉଭୟ ଓଡ଼ିଆ ଓ ଇଂରାଜୀରେ ଟ୍ୱିଟ୍ କରିଛନ୍ତି।
ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ଆମ ଚାଷୀ ଭାଇମାନଙ୍କର କଠିନ ପରିଶ୍ରମର ଉତ୍ସବ ହେଉଛି ପବିତ୍ର ନୂଆଁଖାଇ। ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି। ଏହି ବିଶେଷ ଦିବସରେ ସମସ୍ତଙ୍କ ଉନ୍ନତି ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।
ଆମର ଚାଷୀ ଭାଇ ମାନଙ୍କର କଠିନ ପରିଶ୍ରମର ଉତ୍ସବ ହେଉଛି ପବିତ୍ର ନୂଆଁଖାଇ । ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି ।
ଏହି ବିଶେଷ ଦିବସରେ ସମସ୍ତଙ୍କ ଉନ୍ନତି ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।
ନୂଆଁଖାଇ ଜୁହାର ।
— Narendra Modi (@narendramodi) August 23, 2020
ପ୍ରଧାନମନ୍ତ୍ରୀଙ୍କ ଭଳି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନୂଆଁଖାଇର ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି- କୃଷିଭିତ୍ତିକ ଗଣପର୍ବ ନୂଆଁଖାଇର ଶୁଭକାମନା। ଏହି ଅବସରରେ ମା’ ସମଲେଶ୍ୱରୀଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି।
ନୂଆଁଖାଇ ଜୁହାର୍ 🙏
କୃଷିଭିତ୍ତିକ ଗଣପର୍ବ ନୂଆଁଖାଇର ଶୁଭକାମନା । ଏହି ଅବସରରେ ମା’ ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି। #NuakhaiJuhar pic.twitter.com/DhCaFokZ6N
— Dharmendra Pradhan (@dpradhanbjp) August 23, 2020
The post ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ appeared first on Odisha Reporter.
from Odisha Reporter https://ift.tt/3hkVPeA
No comments:
Post a Comment