ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍ର ଆଉ ୨ଟି ଗେଟ୍ ଖୋଲାଯାଇଛି। ଫଳରେ ଏବେ ମୋଟ ୪୨ଟି ଗେଟ୍ ଦେଇ ଡ୍ୟାମ୍ରୁ ଜଳ ନିଷ୍କାସନ ହେଉଛି।
ହୀରାକୁଦ ଡ୍ୟାମ୍ର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଏବେ ଜଳ ପତନ ୬୨୬.୨୭ ଫୁଟ୍ ରହିଛି। ଡ୍ୟାମ୍କୁ ୮, ୫୩,୨୯ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୬,୯୪, ୨୦୦ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି।
ଅନ୍ୟପକ୍ଷରେ ବର୍ତ୍ତମାନ କଟକର ମୁଣ୍ଡଳିରେ ୮,୯୫, ୭୦୮ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ଆଜି ସନ୍ଧ୍ୟା ସୁଦ୍ଧା ମୁଣ୍ଡଳିରେ ୧୦ ଲକ୍ଷ କ୍ୟୁସେକ୍ ପାଣି ପ୍ରବାହିତ ହୋଇପାରେ। ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଥିବା ଗତକାଲି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା ଦେଇଥିଲେ।
ଏସ୍ଆର୍ସି କହିଥିଲେ ଯେ ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍କୁ ୮ ଲକ୍ଷ କ୍ୟୁସେକ ଜଳ ପଶୁଛି। ତଳମୁଣ୍ଡ ପାଣିକୁ ମିଶାଇଲେ ମୁଣ୍ଡଳିରେ ୧୦ରୁ ସାଢ଼େ ୧୦ ଲକ୍ଷ କ୍ୟୁସେକ୍ ଜଳ ଯିବ। ୧୦ରୁ ସାଢ଼େ ୧୦ ଲକ୍ଷରେ ଏକ ମଧ୍ୟମ ଧରଣର ବନ୍ୟା ଆଶା କରାଯାଉଥିବା ଏସ୍ଆରସି କହିଥିଲେ। ଏହାକୁ ଦୃଷ୍ଟିରେ ରଖି ପ୍ରଭାବିତ ହେବାକୁ ଥିବା ଜିଲ୍ଲାପାଳମାନଙ୍କୁ ଆଲର୍ଟ କରାଯାଇଛି। ସେଠାକୁ ଓଡ୍ରାଫ୍, NDRF ଟିମ୍ ଆଗୁଆ ପଠାଯାଇଛି, ସେମାନେ ପ୍ରସ୍ତୁତ ଅଛନ୍ତି ବୋଲି ଏସ୍ଆରସି କହିଥିଲେ।
The post ହୀରାକୁଦ ଡ୍ୟାମ୍ର ଆଉ ୨ଟି ଗେଟ୍ ଖୋଲିଲା, ୪୨ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ appeared first on Odisha Reporter.
from Odisha Reporter https://ift.tt/3b3U0k0
No comments:
Post a Comment