କେନାଲ କଡ଼ରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 29, 2020

କେନାଲ କଡ଼ରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲଟୁଆ ଗାଁର ନିକଟରେ ଥିବା କେନାଲ କଡ଼ରୁ ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା କରି କେନାଲ କଡ଼ରେ କେହି ପକାଇ ଦେଇଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି।

ମୃତ ମହିଳାଙ୍କ ନାଁ ଲକ୍ଷ୍ମୀ ଭୋର। ତାଙ୍କୁ ୭୦ ବର୍ଷ ହୋଇଥିଲା।

ମିଳିଥିବା ସୂଚନା ଅନୁସାରେ, ଲକ୍ଷ୍ମୀ ସବୁଦିନେ ସକାଳେ ଗାଁର କିଛି ଲୋକଙ୍କ ଘରକୁ କାମ କରିବାକୁ ଯାଆନ୍ତି। ଗତକାଲି ବି ଯାଇଥିଲେ। କିନ୍ତୁ ଆଉ ଘରକୁ ଫେରି ନଥିଲେ। ଏହା ପରେ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ।

ଘର ଠାରୁ କିଛି ମିଟର ଦୂରରେ ଥିବା କେନାଲ କଡ଼ରୁ ଲକ୍ଷ୍ମୀଙ୍କ ମୃତଦେହ ମିଳିଥିଲା। ତାଙ୍କ ମୁହଁ ଓ ଆଖିରେ ଗଭୀର କ୍ଷତ ଚିହ୍ନ ଦେଖିବାକୁ ମିଳିଥିଲା।

ଭଦ୍ରକ ଗ୍ରାମାଞ୍ଚଳ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ଘଟଣାର ସତ୍ୟାସତ ଜଣେ ପଡ଼ିବ ବୋଲି ପୁଲିସ ପକ୍ଷରୁ କୁହାଯାଇଛି।

 

The post କେନାଲ କଡ଼ରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ appeared first on Odisha Reporter.



from Odisha Reporter https://ift.tt/2G2IlGy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages