ରାଜ୍ୟରେ ଆଉ ୨୨୪୪ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 16, 2020

ରାଜ୍ୟରେ ଆଉ ୨୨୪୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୨୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୨୨୯୪ ରେ ପହଞ୍ଚିଯାଇଛି।

ଏହି ୨୨୪୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୩୯୦ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ବାକି ୮୫୪ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧାରୁ ସର୍ବାଧିକ ୩୧୧ ଜଣ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରୁ ୨୪୩, କଟକରୁ ୧୯୪, ରାୟଗଡ଼ାରୁ ୧୬୦ ଓ ସୁନ୍ଦରଗଡ଼ରୁ ୧୩୬ ଜଣ ଚିହ୍ନଟ ହୋଇଛନ୍ତି।

୬୨,୨୯୪ ଆକ୍ରାନ୍ତଙ୍କ ମଧ୍ୟରୁ ୪୨,୨୭୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୯,୬୧୨ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୩ରେ ପହଞ୍ଚିଯାଇଛି। ଆଉ ୫୩ ଜଣ କରୋନା ଆକ୍ରାନ୍ତଙ୍କର ମଧ୍ୟ ମୃତ୍ୟୁ ଘଟିଛି। ତେବେ ସେମାନେ ଅନ୍ୟାନ୍ୟ କାରଣରୁ ପ୍ରାଣ ହରାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି।

The post ରାଜ୍ୟରେ ଆଉ ୨୨୪୪ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/31THsYe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages