ରାଜ୍ୟରେ ଆଖି ବୁଜିଲେ ଆଉ ୧୦ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 23, 2020

ରାଜ୍ୟରେ ଆଖି ବୁଜିଲେ ଆଉ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୦ କରୋନା  ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୪୧୯ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।


ଏହି ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୫ ଜଣ ଅଛନ୍ତି। ଏହା ସହିତ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୯ରେ ପହଞ୍ଚିଯାଇଛି। ସେହିପରି ସୁନ୍ଦରଗଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକ, ନୟାଗଡ଼ ଓ ରାୟଗଡ଼ାରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।


ସୁନ୍ଦରଗଡ଼ରେ ମୃତ୍ୟୁ ସଂଖ୍ୟା ୨୮ରେ ପହଞ୍ଚିଥିବା ବେଳେ କଟକରେ ୨୫, ନୟାଗଡ଼ରେ ୧୨ ଓ ରାୟଗଡ଼ାରେ ୨୧ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୧,୪୭୯ରେ ପହଞ୍ଚିଥିବା ବେଳେ ୫୪,୪୦୫ ଜଣ ସୁସ୍ଥ ହୋଇସାରିଛନ୍ତି। ବାକି ୨୬,୬୦୨ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଅନ୍ୟାନ୍ୟ କାରଣରୁ ୫୩ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

 

The post ରାଜ୍ୟରେ ଆଖି ବୁଜିଲେ ଆଉ ୧୦ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3j7gbIL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages