ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏକ ଡବଲ୍ ମର୍ଡର ମାମଲାରେ ଛତିଶଗଡ଼ର ରାୟଗଡ଼ ପୁଲିସ୍ ଦ୍ୱାରା ଗିରଫ ହୋଇ ଜେଲ୍ରେ ଥିବା ପୂର୍ବତନ ବିଧାୟକ ଅନୁପ ସାଏ ଅସୁସ୍ଥ ହୋଇ ପଡ଼ିଛନ୍ତି । ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରଥମେ ରାୟଗଡ଼ ମୁଖ୍ୟ ଚିକିତ୍ସାଳୟ ଓ ପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ରାୟଗଡ଼ ଜେଲ୍ କର୍ତ୍ତୃପକ୍ଷ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଇଥିବା ଅନୁପଙ୍କ ବଡ଼ ଭାଇ ସୂଚନା ଦେଇଛନ୍ତି ।
ସୂଚନାଯୋଗ୍ୟ, ଅନୁପ କୁମାର ସାଏ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରୁ ତିନି ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। କଂଗ୍ରେସ ଟିକେଟ୍ରୁ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୨୦୧୪ରୁ ସେ ବିଜେଡିରେ ଯୋଗ ଦେଇଥିଲେ।
୨୦୧୬ ଏପ୍ରିଲ ମାସରେ ଝାରସୁଗୁଡ଼ା ସୀମାନ୍ତ ଛତିଶଗଡ଼ରେ ୩୨ ବର୍ଷୀୟା କଳ୍ପନା ଦାସ ଓ ତାଙ୍କର ୧୪ ବର୍ଷୀୟା ଝିଅ ପ୍ରଭାତୀ ଦାସଙ୍କୁ ହତ୍ୟା କରାଯାଇଥିଲା। ଉଭୟଙ୍କୁ ହତ୍ୟା କରାଯାଇ ଛତିଶଗଡ଼ ସୀମାରେ ଫିଙ୍ଗା ଯାଇଥିଲା। ଛତିଶଗଡ଼ ପୁଲିସ୍ ମୃତଦେହ ଜବତ କରି ତଦନ୍ତ କରିଥିଲା। ଏହାକୁ ନେଇ ବିଭିନ୍ନ ଥାନାରେ ତଦନ୍ତ କରିବା ସହ ମୃତକଙ୍କ ସମ୍ପର୍କୀୟଙ୍କୁ ଭେଟି କିଛି ଗୋପନୀୟ ତଥ୍ୟ ସଂଗ୍ରହ କରିଥିଲା ପୁଲିସ୍। ତେବେ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତି ସନ୍ଦେହ କରି ଛତିଶଗଡ଼ ପୁଲିସ୍ ଅନୁପ ସାଏଙ୍କୁ ଗିରଫ କରିବା ପରଠୁ ସେ ଜେଲ୍ରେ ଅଛନ୍ତି।
The post ପୂର୍ବତନ ବିଧାୟକ ଅନୁପ ସାଏ ଅସୁସ୍ଥ appeared first on Odisha Reporter.
from Odisha Reporter https://ift.tt/3aXr5hm
No comments:
Post a Comment