ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦିନ ୧୧ଟା ସୁଦ୍ଧା ୧୮ ଜିଲ୍ଲାରେ ଲାଗି ରହିବ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।
ନବରଙ୍ଗପୁର, ରାୟଗଡ଼ା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲ୍ଲା, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ବରଗଡ଼, ଅନୁଗୁଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ।
ଗତ କିଛି ଦିନ ଧରି ରାଜ୍ୟରେ ଲାଗି ରହିଥିବା ଲଗାଣ ବର୍ଷା ହେତୁ ବହୁ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ବିପଦ ସଙ୍କେତ ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ମୁଖ୍ୟତଃ ବୈତରଣୀ ଓ ଜଳକା ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଢେଙ୍କାନାଳ, ଅନୁଗୋଳ, ଯାଜପୁର, ସୁନ୍ଦରଗଡ଼ ଆଦି ଜିଲ୍ଲାରେ ସ୍ଥିତି ଗମ୍ଭୀର ରହିଛି।
The post ୧୮ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷିବ appeared first on Odisha Reporter.
from Odisha Reporter https://ift.tt/3hwsBJO
No comments:
Post a Comment