ସିଏଜି ଭାବେ ଶପଥ ନେଲେ ଗିରୀଶ ମୁର୍ମୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 7, 2020

ସିଏଜି ଭାବେ ଶପଥ ନେଲେ ଗିରୀଶ ମୁର୍ମୁ

ନୂଆଦିଲ୍ଲୀ: ଦେଶର ନୂଆ ସିଏଜି ଭାବେ ଆଜି ଶପଥ ନେଇଛନ୍ତି ଗିରିଶ ଚନ୍ଦ୍ର ମୁର୍ମୁ। ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆ ସିଏଜିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଏହି ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସମେତ କେନ୍ଦ୍ର କ୍ୟାବିନେଟର ସଦସ୍ୟମାନେ ଉପସ୍ଥିତ ଥିଲେ।

ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ପଦରୁ ଇସ୍ତଫା ଦେବା ପରେ ଗିରୀଶଙ୍କୁ CAG ଭାବେ ନିଯୁକ୍ତି ମିଳିଛି। ୧୯୮୫ ବ୍ୟାଚ୍ ଗୁଜରାଟ କ୍ୟାଡର ଆଇଏଏସ୍ ଅଫିସର ମୁର୍ମୁ ବୁଧବାର ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଥିବା ବେଳେ ଗିରୀଶ ଚନ୍ଦ୍ର ମୁର୍ମୁ ତାଙ୍କ ପ୍ରଧାନ ସଚିବ ଭାବେ କାମ କରିଥିଲେ। କେନ୍ଦ୍ରର ଅର୍ଥ ବିଭାଗରେ ମଧ୍ୟ ସେ କାମ କରିଛନ୍ତି।

The post ସିଏଜି ଭାବେ ଶପଥ ନେଲେ ଗିରୀଶ ମୁର୍ମୁ appeared first on Odisha Reporter.



from Odisha Reporter https://ift.tt/31ueg9X

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages