ଫୁଲୁଛି ମହାନଦୀ, ଆସୁଛି ବଡ଼ ବନ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 28, 2020

ଫୁଲୁଛି ମହାନଦୀ, ଆସୁଛି ବଡ଼ ବନ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ହୋଇଥିବାରୁ ମହାନଦୀରେ ଆସୁଛି ମଧ୍ୟମରୁ ବଡ଼ ଧରଣର ବନ୍ୟା। ସକାଳ ସୁଦ୍ଧା ଉପର ମୁଣ୍ଡରେ ୨୦୦ ମିମି ବର୍ଷା ରେକର୍ଡ ହୋଇଛି। କଲମାରୁ ୫ ଲକ୍ଷ, ଇବ୍ ଓ ଭେଡେନ୍‌ରୁ ୨.୫ ଲକ୍ଷ କ୍ୟୁସେକ ଜଳ ଆସୁଛି। ଏମିତି ଭାବେ ହୀରାକୁଦକୁ ୮ ଲକ୍ଷ କ୍ୟୁସେକ ଜଳ ପଶୁଛି। ଏବେ ହୀରାକୁଦର ଜଳସ୍ତର ୬୨୫ ଫୁଟ ରହିଥିବା କହିଛନ୍ତି ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ।

ଏବେ ହୀରାକୁଦ ଡ୍ୟାମର  ମୋଟ୍ ୨୮ଟି ଗେଟ୍ ଦେଇ ଚାଲିଛି ଜଳ ନିଷ୍କାସନ। ହୀରାକୁଦକୁ ପ୍ରବେଶ କରୁଛି ୬ ଲକ୍ଷ ୫୬ ହଜାର ୬  କ୍ୟୁସେକ୍‌ ଜଳ। ହୀରାକୁଦରୁ ନିଷ୍କାସିତ ହେଉଛି ୩ ଲକ୍ଷ ୩୫ ହଜାର ୬୫୮ କ୍ୟୁସେକ୍‌ ଜଳ। ହୀରାକୁଦ ଡ୍ୟାମ୍ ଗେଟ୍ ଖୋଲିବା ଦ୍ୱାରା ଫୁଲୁଛି ମହାନଦୀ।

ପରିସ୍ଥିତି ଦେଖି ହୀରାକୁଦର ୩୬ଟି ଗେଟ୍‌ ଖୋଲାଯିବ। ହୀରାକୁଦ ପରେ ମହାନଦୀରେ ତେଲ, ସୁକତେଲ, ଜିରା ନଦୀ ଜଳ ମିଶିବ। ହୀରାକୁଦରୁ ଆସୁଥିବା ଜଳ ମୁଣ୍ଡଳିରେ ପହଞ୍ଚିବାକୁ ୩୬ ଘଣ୍ଟା ଲାଗିବ ବୋଲି କହିଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ।

The post ଫୁଲୁଛି ମହାନଦୀ, ଆସୁଛି ବଡ଼ ବନ୍ୟା appeared first on Odisha Reporter.



from Odisha Reporter https://ift.tt/3jliVlV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages