ଯୌତୁକ ପାଇଁ ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 9, 2020

ଯୌତୁକ ପାଇଁ ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ

ପଟ୍ଟାମୁଣ୍ଡାଇ(ପ୍ରବୀର କୁମାର ନାୟକ): ଯୌତୁକ ପାଇଁ ଜଣେ ୯ ମାସର ଗର୍ଭବତୀ ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ମାରିଦେଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଅଠର ବାଟିଆ ଗାଁରେ। ମୃତ ମହିଳା ଜଣଙ୍କ ହେଲେ କ୍ରିଷ୍ଣା ସେଠୀ। କ୍ରିଷ୍ଣାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ମାରି ଦେଇଥିବା ପରିବାର ଲୋକେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ପୁଲିସ୍ ସ୍ୱାମୀ ଓ ଶ୍ୱଶୁରଙ୍କୁ ଅଟକ ରଖିଛି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ସକାଳେ କ୍ରିଷ୍ଣାଙ୍କ ସହିତ ତାଙ୍କ ସ୍ୱାମୀ ସିଦ୍ଧାନ୍ତଙ୍କର କୌଣସି କଥାକୁ ନେଇ ପାଟି ତୁଣ୍ଡ ହୋଇଥିଲା। ଏହାପରେ ସନ୍ଧ୍ୟାରେ କ୍ରିଷ୍ଣାଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।

ଯୌତୁକ ପାଇଁ କ୍ରିଷ୍ଣାଙ୍କୁ ଶ୍ୱଶୁର ଘର ଲୋକେ ବାରମ୍ବାର ଶାରୀରିକ ମାନସିକ ନିର୍ଯାତନା ଦେଉଥିଲେ। ସେମାନେ ତାଙ୍କୁ ମାରି ଟାଙ୍ଗି ଦେଇଥିବା ମୃତ ମହିଳାଙ୍କ ବାପ ଘର ଲୋକେ ପଟ୍ଟାମୁଣ୍ଡାଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ସୂଚନାଯୋଗ୍ୟ, ଦୁଇବର୍ଷ ପୂର୍ବେ କ୍ରିଷ୍ଣା ସିଦ୍ଧାନ୍ତ ସେଠୀଙ୍କୁ ପ୍ରେମ ବିବାହ କରିଥିଲେ।

The post ଯୌତୁକ ପାଇଁ ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ appeared first on Odisha Reporter.



from Odisha Reporter https://ift.tt/2Dsk4ZR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages