ନବରଙ୍ଗପୁର(ନବଘନ ବିଶୋୟୀ): ନବରଙ୍ଗପୁର ଜିଲ୍ଲାକୁ ୩ ଦିନ ପାଇଁ ଶଟଡାଉନ୍ ଘୋଷଣା କରାଯାଇଛି। ଶନିବାର ସକାଳ ୫ଟାରୁ ୧୦ ତାରିଖ ମଧ୍ୟରାତ୍ର ଯାଏଁ ଏହି କଟକଣା ବଳବତ୍ତର ରହିବ। ଜିଲ୍ଲାରେ କରୋନା ସଂକ୍ରମଣ ରୋକିବାକୁ ଜିଲ୍ଲାପାଳଙ୍କ ଏପରି ଘୋଷଣା କରିଛନ୍ତି।
ନବରଙ୍ଗପୁର ଜିଲ୍ଲାରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୨ରେ ପହଞ୍ଚିଥିବା ବେଳେ ଗତ ୨୪ ଘଣ୍ଟାରେ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଜିଲ୍ଲାରେ ୨୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ସାରିଥିବା ବେଳେ ୮୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଅପରପକ୍ଷେ କରୋନା ଯୋଗୁ ଜିଲ୍ଲାରେ ଜଣେ ଆକ୍ରାନ୍ତ ଆଖି ବୁଜିଛନ୍ତି।
The post ୩ ଦିନ ଶଟଡାଉନ୍ ହେଲା ଏହି ଜିଲ୍ଲା appeared first on Odisha Reporter.
from Odisha Reporter https://ift.tt/2EQBaAH
No comments:
Post a Comment