ଦୁଇ କାର୍ ମୁହାଁମୁହିଁ ଧକ୍କା: ୫ ମୃତ, ୪ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 16, 2020

ଦୁଇ କାର୍ ମୁହାଁମୁହିଁ ଧକ୍କା: ୫ ମୃତ, ୪ ଆହତ

ଅହମଦାବାଦ: ଗୁଜରାଟର ଖେଡ଼ା ଜିଲ୍ଲାର ନାଦିଆଡ଼ ନିକଟରେ ୮ ନମ୍ବର ଜାତୀୟ ରାଜପଥରେ ଦୁଇଟି କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି।

ରବିବାର ରାତିରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଘଟଣାସ୍ଥଳରେ ହିଁ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ଆହତମାନଙ୍କୁ ନାଦିଆଡ଼ ସିଭିଲ୍ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତକ ଅହମଦାବାଦର ବାସିନ୍ଦା ବୋଲି ଜଣାପଡ଼ିଛି।

ଦୁର୍ଘଟଣା ସଂପର୍କରେ ଖବର ପାଇବା ମାତ୍ରେ ଅଗ୍ନିଶମ ବାହିନୀର ଏକ ଟିମ୍, ତିନୋଟି ଆମ୍ବୁଲାନ୍ସ ଓ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ କେମିତି ଏ ଦୁର୍ଘଟଣା ଘଟିଲା, ତାହା ଜଣାପଡ଼ିନାହିଁ। ପୁଲିସ୍ ଏହାର ତଦନ୍ତ କରୁଛି।

The post ଦୁଇ କାର୍ ମୁହାଁମୁହିଁ ଧକ୍କା: ୫ ମୃତ, ୪ ଆହତ appeared first on Odisha Reporter.



from Odisha Reporter https://ift.tt/2Cxee8S

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages