୬୦,୦୦୦ ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା, ରାଜ୍ୟରେ ଦିନକରେ ଚିହ୍ନଟ ହେଲେ ୨୯୨୪ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 15, 2020

୬୦,୦୦୦ ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା, ରାଜ୍ୟରେ ଦିନକରେ ଚିହ୍ନଟ ହେଲେ ୨୯୨୪

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ି ଚାଲିଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ପାର୍‌ କରି ସାରିଛି। ଗତ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ସର୍ବାଧିକ ୨୯୨୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୮୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧୧୦୯ ଟି ହେଉଛି ଲୋକାଲ୍ କେସ୍‌।

ଆଜି ବି ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା। ଏହି ଜିଲ୍ଲାରୁ ସର୍ବାଧିକ ୪୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତା’ ପଛକୁ ରହିଛି ଗଞ୍ଜାମ। ଗଞ୍ଜାମ ଜିଲ୍ଲାରେ ୩୧୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁର ଜିଲ୍ଲାରୁ ୨୦୦, କଟକରୁ ୧୮୯, ନୟାଗଡ଼ରୁ ୧୪୨, ମୟୂରଭଞ୍ଜରୁ ୧୩୬, ବାଲେଶ୍ୱରରୁ ୧୨୭, ଭଦ୍ରକ ଜିଲ୍ଲାରୁ ୧୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦,୦୫୦ରେ ପହଞ୍ଚିଛି।  ସେମାନଙ୍କ ମଧ୍ୟରୁ ୪୦,୭୨୬ ସୁସ୍ଥ ହୋଇ ସାରିଥିବା ବେଳେ ୧୮,୯୨୮ ଜଣ ଚିକିତ୍ସିତ ହେଉଛନ୍ତି।

The post ୬୦,୦୦୦ ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା, ରାଜ୍ୟରେ ଦିନକରେ ଚିହ୍ନଟ ହେଲେ ୨୯୨୪ appeared first on Odisha Reporter.



from Odisha Reporter https://ift.tt/343GgEl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages