କାଲି ଲଘୁଚାପ, ଆଜି ୬ଟି ଜିଲ୍ଲାରେ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 17, 2020

କାଲି ଲଘୁଚାପ, ଆଜି ୬ଟି ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ୬ଟି ଜିଲ୍ଲାରେ  ପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼ ଓ ବରଗଡ଼।ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢ଼ିବ।

ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମାଶାଙ୍କର ଦାସ। ସେ କହିଛନ୍ତି ଯେ, ଲଘୁଚାପ ସୃଷ୍ଟି ହେବା ପୂର୍ବରୁ ଏକ ଘୁର୍ଣ୍ଣି ବଳୟ ଦେଖାଯାଇଥାଏ। ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ଶ୍ରୀଯୁକ୍ତ ଦାସ ଆହୁରି କହିଛନ୍ତି, ଲଘୁଚାପ ପ୍ରଭାବ ଉତ୍ତର ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିବ।  ସାରା ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିବ ନାହିଁ । ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବୃଦ୍ଧି ହେବ । ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ।

The post କାଲି ଲଘୁଚାପ, ଆଜି ୬ଟି ଜିଲ୍ଲାରେ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/2Q4FzCB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages