ଦାନା ବାନ୍ଧୁଛି ଲଘୁଚାପ, ୨ ଦିନ ପ୍ରବଳ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 2, 2020

ଦାନା ବାନ୍ଧୁଛି ଲଘୁଚାପ, ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶ୍ରାବଣ ମାସରେ ବର୍ଷା ବଦଳରେ ଅତିଷ୍ଠ କରୁଛି ଖରା। ଅସହ୍ୟ ତାତି ଯୋଗୁ ଲୋକେ ତ୍ରାହି ତ୍ରାହି ଡାକୁଥିବା ବେଳେ ଜମି ଫାଟି ଆଁ କଲାଣି। ଏପରି ସମୟରେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଏପରି ସୂଚନା ପାଇ ସାମାନ୍ୟ ଆଶ୍ୱସ୍ତି ଲାଭ କରିଛନ୍ତି ରାଜ୍ୟବାସୀ।

ଆଞ୍ଚଳିକ ପାଣିପାଗ  କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ  କହିଛନ୍ତି, ବଙ୍ଗୋପସାଗରରେ ଦାନା ବାନ୍ଧୁ ଥିବା ଲଘୁଚାପ ଆସନ୍ତାକାଲି ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ କାଲିଠୁ ରାଜ୍ୟରେ ଲଘୁଚାପଜନିତ ବର୍ଷା ହେବାର ସମ୍ଭାବନା ରହିଛି।

ସେ କହିଛନ୍ତି ଯେ, ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ତେବେ ଆଜି କୋରାପୁଟ, ମାଲକାନଗିରି, ବରଗଡ଼, ଝାରସୁଗୁଡ଼ା, ଓ ସମ୍ବଲପୁର, ଦେଓଗଡ଼, ବୌଦ୍ଧ, ଢେଙ୍କାନାଳ ଓ ଜଗତସିଂହପୁର ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଆସନ୍ତା ୪ ଓ ୫ ତାରିଖ ଦୁଇ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ

The post ଦାନା ବାନ୍ଧୁଛି ଲଘୁଚାପ, ୨ ଦିନ ପ୍ରବଳ ବର୍ଷା appeared first on Odisha Reporter.



from Odisha Reporter https://ift.tt/3k4iihR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages