ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ। ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଜି ଏହି ସୂଚନା ଦେଇଛନ୍ତି।
କଳା ସହିତ ଯୁକ୍ତ ଦୁଇ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ପୂର୍ବରୁ ଅଗଷ୍ଟ ମାସ ଶେଷରେ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଥିଲା।
ଯୁକ୍ତ ଦୁଇ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇସାରିଛି। ପ୍ରଥମେ ଯୁକ୍ତ ଦୁଇ ବିଜ୍ଞାନର ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଏଥର ୭୦.୨୧% ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେହିଭଳି ବାଣିଜ୍ୟରେ ୭୪.୯୫% ଛାତ୍ରଛାତ୍ରୀ ପାସ୍ କରିଛନ୍ତି।
ସୂଚନାଯୋଗ୍ୟ, ଏଥର କରୋନା ଯୋଗୁ ସବୁ ରେଜଲ୍ଟ ବିଳମ୍ବରେ ପ୍ରକାଶ ପାଇଛି।
The post ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ appeared first on Odisha Reporter.
from Odisha Reporter https://ift.tt/2FV38fj
No comments:
Post a Comment