ଆଜି ଆକାଶମାର୍ଗରୁ ବନ୍ୟା ସ୍ଥିତି ଦେଖିବେ ମୁଖ୍ୟମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 30, 2020

ଆଜି ଆକାଶମାର୍ଗରୁ ବନ୍ୟା ସ୍ଥିତି ଦେଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦେଖାଦେଇଥିବା ବନ୍ୟା ସ୍ଥିତିର ଆଜି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ଆକାଶମାର୍ଗରୁ ବନ୍ୟା ସ୍ଥିତି ଦେଖିବେ ମୁଖ୍ୟମନ୍ତ୍ରୀ । ବନ୍ୟାଞ୍ଚଳ ପରିଦର୍ଶନ ପରେ ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ଯୋଗ ଦେବେ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ।

ସୂଚନାଯୋଗ୍ୟ, ବନ୍ୟାରେ ରାଜ୍ୟର ୨୦ ଜିଲ୍ଲା  ପ୍ରଭାବିତ ହୋଇଛି । ମୁଖ୍ୟତଃ ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା,ସମ୍ବଲପୁର, ସୁବର୍ଣ୍ଣପୁର ଜିଲ୍ଲା ପ୍ରଭାବିତ ହୋଇଛି । ସେହିଭଳି ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ବରଗଡ଼, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡ଼ା, ମୟୂରଭଞ୍ଜ, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାର ବହୁ ଅଞ୍ଚଳ ପ୍ରଭାବିତ ହୋଇଥିବା ସୂଚନା ଦେଇଛନ୍ତି ଏସଆରସି । ଏହିସବୁ ଜିଲ୍ଲାର ୧୧୨ଟି ବ୍ଲକର ୮୯୬ ପଞ୍ଚାୟତବାସୀ କ୍ଷତିଗ୍ରସ୍ତ ହୋଇଛନ୍ତି ।

୩ ହଜାର ୨୫୬ ଗାଁ ଓ ୨୧ ସହରାଞ୍ଚଳର ୭୫ଟି ଓ୍ୱାର୍ଡର ମୋଟ ୧୪ ଲକ୍ଷ ୩୨ ହଜାର ୭୦୧ ଲୋକ ବନ୍ୟାରେ ପ୍ରଭାବିତ ହୋଇଛନ୍ତି । ୩୪୦ ଗାଁ ଏବେ ବି ଜଳବନ୍ଦୀ ଅବସ୍ଥାରେ ରହିଛି। ସେହିଭଳି ୨ ଲକ୍ଷ ୬୫ ହଜାର ୭୨୩ ଲୋକ ପାଣି ଘେରରେ ରହିଛନ୍ତି। ବନ୍ୟାରେ ଅଦ୍ୟାବଧି ୧୭ ଜଣଙ୍କ ମୃତ୍ୟୁ ହୋଇଛି ।

୧୦ ହଜାର ୩୮୨ ଘର ଭାଙ୍ଗିଛି । ମୋଟ ୧ ଲକ୍ଷ ୬୮ ହଜାର ୯୦୪ ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି । ସେହିପରି ୧୧ ଜିଲ୍ଲାର ୧୦୭ ରାସ୍ତାରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

The post ଆଜି ଆକାଶମାର୍ଗରୁ ବନ୍ୟା ସ୍ଥିତି ଦେଖିବେ ମୁଖ୍ୟମନ୍ତ୍ରୀ appeared first on Odisha Reporter.



from Odisha Reporter https://ift.tt/31H0IZY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages