ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ କହିଲେ- କେହି ପଇସା ଅଭାବରୁ କରୋନା ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 14, 2020

ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ କହିଲେ- କେହି ପଇସା ଅଭାବରୁ କରୋନା ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାରା ଦେଶ ଆଜି ୭୪ତମ ସ୍ୱାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ରାଜଧାନୀ ଭୁବନେଶ୍ୱରରେ କରୋନା କଟକଣା ମଧ୍ୟରେ ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ପତାକା ଉତ୍ତୋଳନ କରିବା ସହିତ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଶେଷ ଭାବେ କରୋନା ସ୍ଥିତି ଉପରେ ଆଲୋକପାତ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, କରୋନା ମୁକାବିଲା ପାଇଁ ସାହସର ସହ କାମ କରିବାକୁ ହେବ। କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲ୍ଲାରେ କୋଭିଡ ହସ୍ପିଟାଲ ହୋଇଛି। ରାଜ୍ୟରେ ପ୍ଲାଜମା ଥେରାପି ଚିକିତ୍ସା ପାଇଁ ପ୍ଲାଜମା ବ୍ୟାଙ୍କ ମଧ୍ୟ ହୋଇଛି। କେହି ପଇସା ଅଭାବରୁ କରୋନା ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ।

ସେ କହିଥିଲେ, କରୋନା ଯୋଦ୍ଧାଙ୍କ ସେବାର ତୁଳନା ନାହିଁ। କରୋନା ଯୋଦ୍ଧାଙ୍କ ପାଇଁ ସାରା ଦେଶରେ ଆମର ମୃତ୍ୟୁ ସଂଖ୍ୟା କମ୍ ରହିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହୁରି କହିଥିଲେ, କେବଳ ଭାରତ ନୁହେଁ, ସାରା ବିଶ୍ୱ ପାଇଁ ସଙ୍କଟ ଆଣିଛି କରୋନା। ଶିକ୍ଷା, ସ୍ୱାସ୍ଥ୍ୟ, ଅର୍ଥନୀତି, ପର୍ଯ୍ୟଟନ ଓ ପରିବହନ ସେବା ପ୍ରଭାବିତ ହୋଇଛି। ବିଶ୍ୱର କୋଟି କୋଟି ଲୋକ କରୋନା ପାଇଁ ଜୀବିକା ହରାଇଛନ୍ତି। ଭ୍ୟାକ୍ସିନ ଆସି ସାରିଲେ ହିଁ କରୋନା ନିୟନ୍ତ୍ରଣକୁ ଆସିପାରିବ। ମୋର ବିଶ୍ୱାସ କରୋନା ଶୀଘ୍ର ଦେଶରୁ ଦୂର ହୋଇପାରିବ।

The post ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ କହିଲେ- କେହି ପଇସା ଅଭାବରୁ କରୋନା ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ appeared first on Odisha Reporter.



from Odisha Reporter https://ift.tt/31WdZwC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages