୨୧ ଲକ୍ଷ ନିକଟରେ ପହଞ୍ଚିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ୯୩୩ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 8, 2020

୨୧ ଲକ୍ଷ ନିକଟରେ ପହଞ୍ଚିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ୯୩୩ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପୁଣିଥରେ ଦେଶରେ ୨୪ ଘଣ୍ଟାରେ ୬୦ ହଜାରରୁ ଅଧିକ ଲୋକଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏଥିସହ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧ ଲକ୍ଷ ନିକଟରେ ପହଞ୍ଚି ଯାଇଛି। କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଦେଶରେ ୬୦ ହଜାରରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହେବା ସମସ୍ତଙ୍କର ଚିନ୍ତା ବଢ଼ାଇ ଦେଇଛି। ସେହିପରି କ୍ରମାଗତ ୯ମ ଦିନ ପାଇଁ ଭାରତରେ ୫୦ ହଜାରରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଆଉ ୬୧,୫୩୭ ଜଣଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୦,୮୮,୦୬୧ରେ ପହଞ୍ଚି ଯାଇଛି। ସେହିପରି ଶୁକ୍ରବାର କରୋନା ଆଉ ୯୩୩ ଜଣଙ୍କ ମୁଣ୍ଡ ନେଇଛି। ଫଳରେ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୨,୫୧୮କୁ ବୃଦ୍ଧି ପାଇଛି।

ତେବେ ୨୪ ଘଣ୍ଟାରେ ୪୮,୯୦୧ ଜଣ ସୁସ୍ଥ ହେବାରୁ ଦେଶରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୩,୭୮,୧୦୫ରେ ପହଞ୍ଚି ଯାଇଛି। ଏବେ ଦେଶରେ ଆକ୍ଟିଭ କେସ ସଂଖ୍ୟା ୬,୧୯,୦୮୮ ରହିଛି। ଏହାର ଅର୍ଥ ଆରୋଗ୍ୟ ହାର ୬୭.୬୨% ରହିଛି।

ଅନ୍ୟପକ୍ଷରେ ଦେଶରେ ଏଯାଏ ୨,୩୩,୮୭,୧୭୧ ନମୁନା ପରୀକ୍ଷା କରାଯାଇଛି। କେବଳ ଗତକାଲି ୫,୯୮,୭୭୮ଟି ନମୁନା ପରୀକ୍ଷା କରାଯାଇଥିବା ଆଇସିଏମଆର ପକ୍ଷରୁ କୁହାଯାଇଛି।

The post ୨୧ ଲକ୍ଷ ନିକଟରେ ପହଞ୍ଚିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ଦିନକରେ ୯୩୩ ମୃତ appeared first on Odisha Reporter.



from Odisha Reporter https://ift.tt/2EW73YC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages