ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା   - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 20, 2020

ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା  

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନା ପଜିଟିଭ ନେଇ ଟୁଇଟ୍ ଯୋଗେ ଶ୍ରୀ ଜେନା ସୂଚନା ଦେଇଛନ୍ତି । ପ୍ରଥମେ ତାଙ୍କ ଦେହରେ କରୋନା ଲକ୍ଷଣ ଦେଖାଦେଇଥିଲା । ଏହା ପରେ ସେ କରୋନା ଟେଷ୍ଟ କରିଥିଲେ । ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ଜଣାପଡ଼ିଛି।

ସେ ଏବେ ହୋମ୍‌ କ୍ୱାରେଣ୍ଟିନରେ ରହିବା ପରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟିଂ ପାଇଁ ପରାମର୍ଶ ଦେଇଛନ୍ତି । ଏନେଇ ସେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଗତକାଲି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କୋଭିଡ-୧୯ ସଂକ୍ରମିତ ହୋଇଥିଲେ। ସେ ଟ୍ୱିଟ୍ ମାଧ୍ୟମରେ ଏନେଇ ସୂଚନା ଦେବା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ନିଜର କୋଭିଡ୍ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି।
ସୂଚନା ଅନୁସାରେ ଶ୍ରୀମତୀ ମିଶ୍ର ଗତ ୩ଦିନ ହେଲା ଅସୁସ୍ଥ ଥିବାବେଳେ ଗତକାଲି ତାଙ୍କର ସ୍ୱାବ ସଂଗ୍ରହ ହୋଇଥିଲା।

ଆଜି କୋଭିଡ୍ ନମୂନା ପରୀକ୍ଷା ରିପୋର୍ଟ ଆସିବାପରେ ସେ ସଂକ୍ରମିତ ଥିବା ଜଣାପଡ଼ିଛି। ଡାକ୍ତରମାନେ ତାଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବା ପାଇଁ ପରାମର୍ଶ ଦେଇଛନ୍ତି। ସେ ଏବେ ସୁସ୍ଥ ଥିବା ସୂଚନା ମିଳିଛି।

The post ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା   appeared first on Odisha Reporter.



from Odisha Reporter https://ift.tt/3aNw7gn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages