ପାଟନା: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ସୁପାରିସ୍ କଲେ ବିହାର ସରକାର। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି କେନ୍ଦ୍ର ସରକାରଙ୍କୁ ଏହି ସୁପାରିସ୍ କରିଛନ୍ତି।
ସୁଶାନ୍ତ ସିଂହ ରାଜପୁତଙ୍କ ବାପା କେ.କେ ସିଂହ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟି ଘଟଣାର ସିବିଆଇ ତଦନ୍ତ କରାଇବାକୁ ଅନୁରୋଧ କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି।
ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି ଯେ ସୁଶାନ୍ତ ସିଂହ ରାଜପୁତଙ୍କ ବାପାଙ୍କ ସହିତ ଏ ବିଷୟରେ କଥାବାର୍ତ୍ତା ହୋଇଥିଲା। ଆମେ ଏହି ଘଟଣାର ସିବିଆଇ ତଦନ୍ତ ପାଇଁ ସୁପାରିସ୍ କରିଛୁ। ଆଜି ସନ୍ଧ୍ୟା ସୁଦ୍ଧା ଏନେଇ ରହିଥିବା ସମସ୍ତ କାଗଜପତ୍ର କାମ ଶେଷ ହୋଇଯିବ।
The post ସୁଶାନ୍ତଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ବିହାର ସରକାରଙ୍କ ସୁପାରିସ୍ appeared first on Odisha Reporter.
from Odisha Reporter https://ift.tt/30rFkHH
No comments:
Post a Comment