ଆଜି ୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 19, 2020

ଆଜି ୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ସ୍ୱାଭାବିକ ଥିବା ମୌସୁମୀ ବାୟୁ ଆହୁରି ସକ୍ରିୟ ହୋଇଯାଇଛି । ଆଜି ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ରହିଛି ।

ଉତ୍ତର ଓ ପୂର୍ବ ଉପକୂଳ ଓଡ଼ିଶାର ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବୌଦ୍ଧ, କଟକ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୦୦ ମିଲିମିଟରରୁ ୨୦୦ ମିଲିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଭାରତୀୟ ପାଣିପାଗ ବିଭାଗ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି । କଟକ ଓ ଭୁବନେଶ୍ୱରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଉପର ମୁଣ୍ଡରେ ବର୍ଷା ଯୋଗୁଁ ଉପକୂଳ ଓଡ଼ିଶାରେ ପ୍ରବାହିତ କେତେକ ନଦୀରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ବର୍ଷା ଯୋଗୁଁ ଜଳକା ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି । ବସ୍ତା ବ୍ଲକ ମଥାନିରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳସ୍ତର । ବିପଦ ସଂକେତ ସ୍ତର ୫.୫ ମିଟର ହୋଇଥିବାବେଳେ ଏବେ ଜଳସ୍ତର ୬.୬ ମିଟର ରହିଛି ।

ସମ୍ଭାବ୍ୟ ବନ୍ୟା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା । ପ୍ରବଳ ବର୍ଷା ହେବା ଦ୍ୱାରା ପାଣି ଜମିବା, ଆକସ୍ମିକ ବନ୍ୟା ଏବଂ  ଭୂସ୍ଫଳନ ନେଇ ଆଲର୍ଟ ଜାରି କରାଯାଇଛି । ଏନେଇ ବିଡିଓ, ତହସିଲଦାର, ଇଂଜିନିୟର,ଓଡ୍ରାଫ୍ ଏବଂ ଅଗ୍ନିଶମ କର୍ମଚାରୀଙ୍କୁ  ଆଲର୍ଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ନଦୀ ବନ୍ଧ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ଆସନ୍ତାକାଲିଠାରୁ ବର୍ଷାର ପରିମାଣ କମିବ ବୋଲି ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅପରପକ୍ଷେ ଆସନ୍ତା ୨୩ ତାରିଖରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି  ।

The post ଆଜି ୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷା appeared first on Odisha Reporter.



from Odisha Reporter https://ift.tt/3aGdwCL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages