ଆଜିଠୁ ଖୋଲିଲା କୋଣାର୍କ ସୂର୍ଯ୍ୟ ମନ୍ଦିର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 31, 2020

ଆଜିଠୁ ଖୋଲିଲା କୋଣାର୍କ ସୂର୍ଯ୍ୟ ମନ୍ଦିର

କୋଣାର୍କ(ସଞ୍ଜୟ ପତି): ଦୀର୍ଘ ସାଢେ ୫ ମାସ ବନ୍ଦ ରହିବା ପରେ କରୋନା କଟକଣା ଭିତରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା କୋଣାର୍କ ସୂର୍ଯ୍ୟ ମନ୍ଦିର । କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ ଅନୁସାରେ ଖୋଲାଯାଇଛି।

ଦିନକୁ ମୋଟ ଅଢେଇ ହଜାର ପର୍ଯ୍ୟଟକଙ୍କୁ କୋଣାର୍କ ମନ୍ଦିର ଦର୍ଶନ କରିବାକୁ ଅନୁମତି ମିଳିଛି। ସକାଳୁ ଅପରାହ୍ନ ୧ଟା ମଧ୍ୟରେ ୧୫ଶହ ଏବଂ ଅପରାହ୍ନରେ ହଜାରେ ପର୍ଯ୍ୟଟକଙ୍କୁ ଦର୍ଶନ କରିବାକୁ ଅନୁମତି ମିଳିବ। କଟକଣା ଦୃଷ୍ଟିରୁ ଟିକେଟ୍‌ରେ ବାରକୋଡ୍ ବ୍ୟବସ୍ଥା କରାଯାଇଛି। ମନ୍ଦିରକୁ ପ୍ରବେଶ କରୁଥିବା ସମସ୍ତ ପର୍ଯ୍ୟଟକଙ୍କ ସ୍କ୍ରିନିଂ ସହ କେନ୍ଦ୍ର ସରକାରଙ୍କ ଏସ୍ଓପିକୁ କଡ଼ାକଡ଼ି ପାଳନ କରାଯିବ ବୋଲି ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ସୂଚନା ଦେଇଛନ୍ତି।

The post ଆଜିଠୁ ଖୋଲିଲା କୋଣାର୍କ ସୂର୍ଯ୍ୟ ମନ୍ଦିର appeared first on Odisha Reporter.



from Odisha Reporter https://ift.tt/34Q35vv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages