ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; କାଲିଠୁ ଛେଚିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 7, 2020

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; କାଲିଠୁ ଛେଚିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବିଶେଷଜ୍ଞ ଉମା ଶଙ୍କର ଦାସ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର,ଦେଓଗଡ଼, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଶ୍ରୀ ଦାସ ଆହୁରି କହିଛନ୍ତି, ୯ ତାରିଖ ବେଳକୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ତେବେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ସୋନପୁର, କଳାହାଣ୍ଡି ଜିଲ୍ଲାରେ ୯ ତାରିଖରେ ପ୍ରବଳ ବର୍ଷା ହେବ। ଏହାସହ ୧୦ ତାରିଖ ବେଳକୁ ଗଞ୍ଜାମ, ଗଜପତି,କନ୍ଧମାଳ , କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

The post ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; କାଲିଠୁ ଛେଚିବ appeared first on Odisha Reporter.



from Odisha Reporter https://ift.tt/2XFj7nQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages