ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ। କରୋନା ଯୋଗୁଁ ପରୀକ୍ଷା କେନ୍ଦ୍ରକୁ ଯାଇ ପରୀକ୍ଷା ଦେବା ଛାତ୍ରଛାତ୍ରୀଙ୍କ ପାଇଁ ନିରାପଦ ନୁହେଁ ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି ଲେଖିଛନ୍ତି, ବିଭିନ୍ନ ସ୍ଥାନରେ ଶଟ୍ଡାଉନ୍ ଓ ଲକ୍ଡାଉନ୍ ମଧ୍ୟ ଯାତାୟାତରେ ସମସ୍ୟା ସୃଷ୍ଟି କରିବ। ଓଡ଼ିଶାର ଆଦିବାସୀ ଅଞ୍ଚଳର ପିଲାଙ୍କ ଲାଗି ପରୀକ୍ଷା ଦେବାରେ ବି ସମସ୍ୟା ହେବ। ଦୁର୍ଗମ ଅଞ୍ଚଳରୁ ଯାଇ ଦୂରରେ ପରୀକ୍ଷା ଦେବାରେ ସେମାନଙ୍କ ପାଇଁ ଅସୁବିଧା ହେବ।
ଏହା ସହିତ ଓଡ଼ିଶାର ସମସ୍ତ ୩୦ଟି ଜିଲ୍ଲାରେ ପରୀକ୍ଷା କେନ୍ଦ୍ର କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ୩୦ଟି ଜିଲ୍ଲାରେ ପରୀକ୍ଷା କେନ୍ଦ୍ର ହେଲେ ପିଲାମାନେ ୨/୩ ଘଣ୍ଟାରେ ଯାଇ ଫେରି ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
The post NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ appeared first on Odisha Reporter.
from Odisha Reporter https://ift.tt/2Qo3wVu
No comments:
Post a Comment