ସାତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 22, 2020

ସାତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। କେତେକ ରାଜ୍ୟରେ ଅବସ୍ଥା ଅତ୍ୟନ୍ତ ଖରାପ ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଭିଡିଓ କନଫରେନ୍ସିଂ ଜରିଆରେ ସାତୋଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ଏହି ଆଲୋଚନାରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମଧ୍ୟ ଅଂଶଗ୍ରହଣ କରିବେ। ବୁଧବାର ଏହି ବୈଠକ ରହିଥିବା ସୂଚନା ରହିଛି।

କରୋନା ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଥିବା ସାତଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ହେଲେ ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ଉତ୍ତରପ୍ରଦେଶ, ତାମିଲନାଡୁ, ଦିଲ୍ଲୀ ଏବଂ ପଞ୍ଜାବ। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଜୁନ୍ ୧୬ ଓ ୧୭ରେ ମୁଖ୍ୟମନ୍ତ୍ରୀଙ୍କ ସହ ଦେଶରେ କରୋନା ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ।

ତେଣେ ସ୍ୱାସ୍ଥ୍ୟ ମନ୍ତ୍ରାଣାଳୟ ମଙ୍ଗଳବାର ଜାରି କରିଥିବା ରିପୋର୍ଟ ଅନୁଯାୟୀ ବର୍ତ୍ତମାନ ଦେଶରେ ୯,୭୫,୮୬୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି। ୪୪,୯୭,୮୬୭ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧,୦୫୩ ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ମୋଟ ମୃତ୍ୟୁ ସଂଖ୍ୟା ୮୮,୯୩୫ କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୫,୬୨,୬୬୩ କୁ ବୃଦ୍ଧି ପାଇଛି। ଆରୋଗ୍ୟ ହାର ୮୦.୮୬ ପ୍ରତିଶତ ଏବଂ ମୃତ୍ୟୁ ହାର ୧.୬୦ ପ୍ରତିଶତ ରହିଛି।

ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର୍) ର ରିପୋର୍ଟ ଅନୁଯାୟୀ ସୋମବାର ପର୍ଯ୍ୟନ୍ତ ମୋଟ ୬ କୋଟି ୫୩ ଲକ୍ଷ ୨୫ ହଜାର ୭୭୯ଟି ନମୁନା ପରୀକ୍ଷା ହୋଇଛି।

The post ସାତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ appeared first on Odisha Reporter.



from Odisha Reporter https://ift.tt/3iNS2XY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages