ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ପିଟିଲେ ଡେପୁଟି କଲେକ୍ଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 26, 2020

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ପିଟିଲେ ଡେପୁଟି କଲେକ୍ଟର

ବୌଦ୍ଧ(ଓଡ଼ିଶା ରିପୋର୍ଟର):  ବୌଦ୍ଧ ଜିଲ୍ଲା ଡେପୁଟି କଲେକ୍ଟର ଶରତ ବାଗ୍‌ ନିଜ ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି।

ସୂଚନା ଅନୁସାରେ, କୌଣସି କାମରେ ଝାରସୁଗୁଡ଼ା ଯାଇଥିବା ସମୟରେ ଶରତ ବାଗ୍‌ଙ୍କ ପତ୍ନୀ ତାଙ୍କ ପିଛା କରିଥିଲେ। ସେଠାରେ ପତି ପତ୍ନୀଙ୍କ ମଧ୍ୟରେ ବଚସା ହୋଇଥିଲା, ପରେ ସମ୍ପର୍କୀୟଙ୍କ ସହ ମିଶି ଶରତ ବାଗ୍ ମାଡ଼ ମାରିଥିବା ନେଇ ପତ୍ନୀଙ୍କ ପକ୍ଷରୁ ବିଟିଏମ ଫାଣ୍ଡିରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଆଧାର କରି ପୋଲିସ ମାମଲା ରୁଜୁ କରିଛି। ପୂର୍ବରୁ ଶରତ ବାଗ୍‌ ବଲାଙ୍ଗିରରେ ଅବସ୍ଥାପିତ ଥିବା ବେଳେ ଶରତ ବାଗ୍ ଓ ତାଙ୍କ ପତ୍ନୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏନେଇ ଏକ ମାମଲା କୋର୍ଟରେ ବିଚାରାଧୀନ ରହିଛି।

ଅନ୍ୟପକ୍ଷେ, ଏହି ଘଟଣାକୁ ନେଇ ଡେପୁଟି କଲେକ୍ଟର ଶରତ ବାଗ୍‌ କିମ୍ବା ପୋଲିସ୍‌ର ପ୍ରତିକ୍ରିୟା ମିଳିପାରିନାହିଁ।

The post ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ପିଟିଲେ ଡେପୁଟି କଲେକ୍ଟର appeared first on Odisha Reporter.



from Odisha Reporter https://ift.tt/2GaODUI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages