ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କଟକ ଓ ଖୋର୍ଦ୍ଧାରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଯାଜପୁର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ବଲାଙ୍ଗିର, ଢେଙ୍କାନାଳ, ଗଜପତି, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୭କୁ ବୃଦ୍ଧି ପାଇଛି।
ସେହିପରି ଗତକାଲି ଦିନକରେ ଓଡ଼ିଶାରେ ୩,୯୨୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୯୨୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୦୯ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୬୧୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୮୧୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୯,୩୭୪ରେ ପହଞ୍ଚିଛି।
The post ଆଉ ୧୪ ମୁଣ୍ଡ ନେଲା କରୋନା, ଚିହ୍ନଟ ହେଲେ ନୂଆ ୩,୯୨୨ appeared first on Odisha Reporter.
from Odisha Reporter https://ift.tt/309rMAc
No comments:
Post a Comment