ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କର ପରଲୋକ ହୋଇଯାଇଛି। ତାଙ୍କ ପୁଅ ମାସୁଦ ଅଲ୍ଲୀ ଏନେଇ ସୂଚନା ଦେଇଛନ୍ତି।
ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମତଲୁବ ଅଲ୍ଲୀ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଗତ ୧୪ ତାରିଖରେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା।
ସୂଚନାଯୋଗ୍ୟ, ଶେଖ୍ ମତଲୁବ ଅଲ୍ଲୀ କଟକ ଜିଲ୍ଲା ମାହାଙ୍ଗା ନିର୍ବାଚନ ମଣ୍ଡଳୀରୁ ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୧୯୭୪, ୧୯୮୦, ୧୯୮୫ ଓ ୧୯୯୫ ମସିହାରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
ସେ ଦୀର୍ଘ ବର୍ଷ ଧରି ରାଜ୍ୟ କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ସୂଚାରୁ ରୂପେ ନିଜ ଦାୟିତ୍ୱ ତୁଲାଇ ଥିଲେ। ସେ ଜଣେ ଲୋକପ୍ରିୟ ନେତା ସହିତ ସାହିତ୍ୟିକ ମଧ୍ୟ ଥିଲେ। ତାଙ୍କ ବିୟୋଗରେ ସାଲେପୁର ଅଞ୍ଚଳରେ ଶୋକରଛାୟା ଖେଳି ଯାଇଛି।
The post ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ appeared first on Odisha Reporter.
from Odisha Reporter https://ift.tt/2Ete1o9
No comments:
Post a Comment