ବିଲରେ କାମ କରୁଥିବା ବେଳେ ଟଳିପଡ଼ିଲେ ୩ ଚାଷୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 1, 2020

ବିଲରେ କାମ କରୁଥିବା ବେଳେ ଟଳିପଡ଼ିଲେ ୩ ଚାଷୀ

ଆନନ୍ଦପୁର (ମୁନା ସିଂହ): କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଅଞ୍ଚଳରେ ପୃଥକ ପୃଥକ ସ୍ଥାନରେ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏମାନେ ସମସ୍ତେ ବିଲରେ କାମ କରୁଥିବା ସମୟରେ ବଜ୍ରପାତରେ ପ୍ରାଣ ହରାଇଛନ୍ତି।

ନନ୍ଦିପଦା ଥାନା ଅନ୍ତର୍ଗତ ଇଞ୍ଚୋଳ ଗାଁରେ ଗଣେଶ ଜେନାଙ୍କ ବଜ୍ରପାତରେ ମୃତ୍ୟୁ ଘଟିଥିବା ବେଳେ ବାହାରିପୁର ଗାଁରେ ବହ୍ଲଭ ଜେନାଙ୍କର ମୃତ୍ୟୁ ଘଟିଛି।

ସେହିପରି ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଗଡ଼ବାନ୍ଦୋଗଡ଼ା ସାପୁଆସାହିରେ ପୂର୍ଣ୍ଣଚନ୍ଦ୍ର ମୁଣ୍ଡାଙ୍କର ବଜ୍ରପାତରେ ମୃତ୍ୟୁ ଘଟିଛି।

ସମସ୍ତଙ୍କୁ ଗୁରତର ଅବସ୍ଥାରେ ବିଲରୁ ଉଦ୍ଧାର କରାଯାଇ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

ସୂଚନାଯୋଗ୍ୟ, ଆଜି ସକାଳେ ଆନନ୍ଦପୁର ଅଞ୍ଚଳରେ ବର୍ଷା ସହ ବଜ୍ରାପାତ ହୋଇଥିଲା।

The post ବିଲରେ କାମ କରୁଥିବା ବେଳେ ଟଳିପଡ଼ିଲେ ୩ ଚାଷୀ appeared first on Odisha Reporter.



from Odisha Reporter https://ift.tt/2QIY2os

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages