ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୩ କରୋନା ଆକ୍ରାନ୍ତ । ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ମୃତକଙ୍କ ମଧ୍ୟରେ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ଗଜପତି ଜିଲ୍ଲାରୁ ୨ ଜଣ, କଟକ, ବାଲେଶ୍ୱର, ସୁବର୍ଣ୍ଣପୁରରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
The post ରାଜ୍ୟରେ ଆଖି ବୁଜିଲେ ଆଉ ୧୩ କରୋନା ଆକ୍ରାନ୍ତ appeared first on Odisha Reporter.
from Odisha Reporter https://ift.tt/3iRJz6l
No comments:
Post a Comment