ରାଜ୍ୟରେ କରୋନାରେ ଚାଲିଗଲା ଆଉ ୮ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 5, 2020

ରାଜ୍ୟରେ କରୋନାରେ ଚାଲିଗଲା ଆଉ ୮ ଜୀବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୮ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୪୬ରେ ପହଞ୍ଚି ଯାଇଛି।

୮ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ସର୍ବାଧିକ ୪ ଜଣ ଅଛନ୍ତି। ଏହା ସହିତ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୪ରେ ପହଞ୍ଚିଯାଇଛି।

ସେହିପରି ଖୋର୍ଦ୍ଧା, ରାୟଗଡ଼ା, ସୁନ୍ଦରଗଡ଼ ଓ କୋରାପୁଟରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ଖୋର୍ଦ୍ଧାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୫ରେ ପହଞ୍ଚି ଯାଇଥିବା ବେଳେ ରାୟଗଡ଼ାରେ ୨୮, ସୁନ୍ଦରଗଡ଼ରେ ୩୮ ଓ କୋରାପୁଟରେ ୪ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ରାଜ୍ୟର ୧,୨୪,୦୩୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୩,୭୭୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୯,୬୫୮ ଜଣ ଚିକିତ୍ସାଧୀନ ଅଛନ୍ତି।

The post ରାଜ୍ୟରେ କରୋନାରେ ଚାଲିଗଲା ଆଉ ୮ ଜୀବନ appeared first on Odisha Reporter.



from Odisha Reporter https://ift.tt/3hZkqpE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages