ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ପରିଚାଳନା କମିଟି ସଦସ୍ୟ ରବୀନ୍ଦ୍ର ନାଥ ପ୍ରତିହାରୀ ଆଉ ନାହାନ୍ତି। ୭୯ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ଶ୍ରୀଜଗନ୍ନାଥଙ୍କ ସଂସ୍କୃତି, ପରମ୍ପରା ଓ ଚେତନାକୁ ସାରା ବିଶ୍ୱରେ ପ୍ରଚାର ପ୍ରସାର କ୍ଷେତ୍ରରେ ରବୀନ୍ଦ୍ର ପ୍ରତିହାରୀଙ୍କ ବହୁତ ଅବଦାନ ଥିଲା।
ସେ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନର ମହାସଚିବ ରହିଥିଲେ। ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ଲୀଳାକ୍ଷେତ୍ର ଉପରେ ସେ ଅନେକ ଗବେଷଣା କରିଥିଲେ। ସେ ଅନେକ ପୁସ୍ତକ ମଧ୍ୟ ଲେଖିଛନ୍ତି। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।
The post ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରବୀନ୍ଦ୍ର ନାଥ ପ୍ରତିହାରୀଙ୍କ ପରଲୋକ appeared first on Odisha Reporter.
from Odisha Reporter https://ift.tt/3msuwly
No comments:
Post a Comment