ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇପାରେ ଏହି ଲଘୁଚାପ । ଏହା ପ୍ରଭାବରେ ୧୨ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ବଡ଼ ଧରଣର ବର୍ଷା ହୋଇପାରେ।
ଆଜି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ନୂଆପଡା ଓ ଅନୁଗୁଳ ଆଦି ଜିଲ୍ଲାରେ କିଛି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ସେହିପରି ୧୨ ତାରିଖ ବେଳକୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
The post ଦାନା ବାନ୍ଧୁଛି ଲଘୁଚାପ; ୧୨ରୁ ପୁଣି ବର୍ଷିବ appeared first on Odisha Reporter.
from Odisha Reporter https://ift.tt/32d9zCY
No comments:
Post a Comment