ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।
ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଏବଂ କୋରାପୁଟ। ଏହି ୭ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିଭଳି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାଗୁଡ଼ିକ ହେଉଛି- ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଦେବଗଡ଼ ଓ କଳାହାଣ୍ଡି।
The post ଆଜି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର, ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା appeared first on Odisha Reporter.
from Odisha Reporter https://ift.tt/35NNM7f
No comments:
Post a Comment