ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ: ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ ବିଜେଡି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 13, 2020

ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ: ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ ବିଜେଡି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ ବିଜେଡି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।

ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ବିଜେପି ନେତୃତ୍ୱାଧୀନ ଏନ୍‌ଡିଏର ପ୍ରାର୍ଥୀ ହୋଇଛନ୍ତି ହରିବଂଶ ନାରାୟଣ ସିଂହ। ସେ ହେଉଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳ ଜେଡିୟୁର।

ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ନେଇ ଆଜି ପୁଣି ଥରେ ନବୀନଙ୍କ ସହ କଥା ହୋଇଥିଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ତାଙ୍କ ପ୍ରାର୍ଥୀଙ୍କୁ ସମର୍ଥନ କରିବା ନେଇ ସେ ନବୀନଙ୍କ ସହିତ କଥା ହୋଇଥିଲେ।

ଏନ୍‌ଡିଏ ପକ୍ଷରୁ ଜେଡିୟୁର ହରିବଂଶ ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ପକ୍ଷରୁ ଆର୍‌ଜେଡିର ମନୋଜ ଝା ପ୍ରାର୍ଥୀ ହୋଇଛନ୍ତି।

The post ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ: ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ ବିଜେଡି appeared first on Odisha Reporter.



from Odisha Reporter https://ift.tt/2FvLsXx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages