ଆଉ ୧୦ ଜଣଙ୍କ ଜୀବନ ଗଲା, ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦୦ ଟପିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 19, 2020

ଆଉ ୧୦ ଜଣଙ୍କ ଜୀବନ ଗଲା, ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦୦ ଟପିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦୧ରେ ପହଞ୍ଚି ଯାଇଛି।


କଟକ ଓ ପୁରୀରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗିର, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।


କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୯ରେ ପହଞ୍ଚିଥିବା ବେଳେ ପୁରୀରେ ୩୭ ହୋଇଛି। ସେହିପରି ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୨୧୬ (ରାଜ୍ୟରେ ସର୍ବାଧିକ) ରେ ପହଞ୍ଚିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୧୦୪ ଜଣଙ୍କ ଜୀବନ ଗଲାଣି। ବଲାଙ୍ଗିରେ ମୃତ୍ୟୁ ସଂଖ୍ୟା ୧୫ ହୋଇଥିବା ବେଳେ କଳାହାଣ୍ଡିରେ ୭, ମୟୂରଭଞ୍ଜରେ ୧୪ ଓ ସମ୍ବଲପୁରରେ ୨୨ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦ରେ ପହଞ୍ଚିଥିବା ବେଳେ ୧,୪୧,୬୫୭ ସୁସ୍ଥ ହୋଇସାରିଛନ୍ତି। ୩୭,୪୬୯ ଜଣ ଚିକିତ୍ସାଧୀନ ଅଛନ୍ତି।

The post ଆଉ ୧୦ ଜଣଙ୍କ ଜୀବନ ଗଲା, ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୦୦ ଟପିଲା appeared first on Odisha Reporter.



from Odisha Reporter https://ift.tt/2HgK2ku

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages