କଣ୍ଟାବାଞ୍ଜି (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରେଳ ଷ୍ଟେସନ ନିକଟରେ ଥିବା ରେଳଲାଇନ କଡରୁ ଗତକାଲି ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ତାଙ୍କ ମୁହଁରେ ଗଭୀର ଆଘାତ ଲାଗିଛି। ମୃତଦେହ ନିକଟରେ ଗୋଟିଏ ପାଣି ବୋତଲ ଓ ଚପଲ ପଡିଥିବାର ଦେଖିବାକୁ ମିଳିଥିଲା।
କଣ୍ଟାବାଞ୍ଜି ଜିଆରପି ପୁଲିସ୍ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ କରୁଛି। ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।
The post ରେଳଲାଇନ କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର appeared first on Odisha Reporter.
from Odisha Reporter https://ift.tt/2Hci3SP
No comments:
Post a Comment