ରାଜ୍ୟରେ ୪୨୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ପଛକୁ ରହିଛି କଟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 20, 2020

ରାଜ୍ୟରେ ୪୨୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ପଛକୁ ରହିଛି କଟକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪,୨୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୦୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧,୭୩୯ଟି ହେଉଛି ଲୋକାଲ୍ କେସ୍‌।


ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲା ଦ୍ୱିତୀୟ ସ୍ଥାନରେ ରହିଛି। ଏହି ଜିଲ୍ଲାରୁ ୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧,୪୫,୬୭୫ ଜଣ ସୁସ୍ଥ ହୋଇସାରିଛନ୍ତି। ୩୭,୬୮୪ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିଭଳି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୧୦ରେ ପହଞ୍ଚିଛି।

The post ରାଜ୍ୟରେ ୪୨୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ପଛକୁ ରହିଛି କଟକ appeared first on Odisha Reporter.



from Odisha Reporter https://ift.tt/3hQk180

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages