ପୁଣି ଜଣେ ବିଧାୟକଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 2, 2020

ପୁଣି ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ଆଉ ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ହେଲେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା। ସେ ନିଜେ ଟ୍ୱିଟ କରି ଏ ସଂପର୍କରେ ସୂଚନା ଦେଇଛନ୍ତି।


ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷଙ୍କୁ ସଙ୍ଗରୋଧରେ ରହିବା ସହ ନିଜର କୋଭିଡ୍ ଟେଷ୍ଟ ମଧ୍ୟ କରାଇ ନେବାକୁ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଓ ଯାଜପୁର ଜିଲ୍ଲା ବରୀ ବିଧାୟିକା ସୁନନ୍ଦା ଦାସ ମଧ୍ୟ ପଜିଟିଭ ଚିହ୍ନଟ ହୋଇଥିବା ନେଇ ଟ୍ୱିଟ କରି ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଏହି ୩ ବିଧାୟକଙ୍କ ସହ ଫୋନ ଯୋଗେ କଥା କହି ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିବା ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି।

The post ପୁଣି ଜଣେ ବିଧାୟକଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/2YS0U75

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages