ଆଜିଠୁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 12, 2020

ଆଜିଠୁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ । ଏହା ପ୍ରଭାବରେ ଆଜିଠୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି । ସେହିପରି ଗଜପତି, ରାୟଗଡ଼ା, କଳାହାଣ୍ଡି ଏବଂ ନୂଆପଡ଼ାରେ ବି ପ୍ରବଳ ବର୍ଷା ହୋଇପାରେ।  ତେଣୁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।

ଏପଟେ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଜିଲ୍ଲାପାଳମାନେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବା ସହ ଜିଲ୍ଲା ପ୍ରଶାସନକୁ କୌଣସି ପ୍ରକାର ପରିସ୍ଥିତିର ମୁକାବିଲା ସତର୍କ ଓ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

The post ଆଜିଠୁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା appeared first on Odisha Reporter.



from Odisha Reporter https://ift.tt/2Zz7JdX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages