ଆଜି ୩ଟି କ୍ୟାବିନେଟ ବୈଠକ; ନିଆଯିବ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 1, 2020

ଆଜି ୩ଟି କ୍ୟାବିନେଟ ବୈଠକ; ନିଆଯିବ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୩ଟି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ।

ପ୍ରଥମେ ଅପରାହ୍ନ ୫ଟାରେ ବସିବ ଐତିହ୍ୟ କ୍ୟାବିନେଟ ବୈଠକ। ପରେ କୃଷି କ୍ୟାବିନେଟ ୫ଟା ୧୫ରେ ବସିବ । ଏବଂ ସାଧାରଣ କ୍ୟାବିନେଟ ବୈଠକ ଅପରାହ୍ନ ୫ଟା ୪୫ ମିନିଟରେ ବସିବ। ଐତିହ୍ୟ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି ।

କୋଭିଡ୍ ମହାମାରୀ ସମୟରେ କୃଷି କାର୍ଯ୍ୟକୁ ଅଧିକ ଗୁରୁତ୍ୱ ଦିଆଯାଉଥିବାରୁ କୃଷି କ୍ୟାବିନେଟ ବୈଠକ ଚାଷୀ ଓ ଚାଷ ସମ୍ପର୍କିତ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ । ଏଥିରେ କୃଷି, ରାଜସ୍ୱ, ଖାଦ୍ୟ ଯୋଗାଣ, ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଯୋଗ ଦେବେ ।

ସେହିପରି ତୃତୀୟ ସାଧାରଣ କ୍ୟାବିନେଟ ବୈଠକରେ ଉଚ୍ଚ ଶିକ୍ଷା ବିଭାଗର ଅଧ୍ୟାଦେଶକୁ  ମଞ୍ଜୁରୀ ଦେଇପାରନ୍ତି ସରକାର ।  ୟୁନିଭରସିଟି ଆମେଣ୍ଡମେଣ୍ଟ ଆକ୍ଟ ୧୯୮୯କୁ ସଂଶୋଧନ କରିପାରନ୍ତି ସରକାର। ଏହି ୩ କ୍ୟାବିନେଟ ବୈଠକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବସିବ ବୋଲି ସୂଚନା ମିଳିଛି ।

The post ଆଜି ୩ଟି କ୍ୟାବିନେଟ ବୈଠକ; ନିଆଯିବ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି appeared first on Odisha Reporter.



from Odisha Reporter https://ift.tt/3lGVrd2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages